ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ଡ୍ୟୁଟିକୁ ଆସୁଥିବା ବେଳେ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୋଡାଇ ଗୋଡାଇ ଗୁଳି କରି ହତ୍ୟା କରିଥିବା ଜଣାପଡିଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଅବସ୍ଥାରେ ସୁଧାଂଶୁଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା, ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ଡ୍ୟୁଟି ଆସିବା ବେଳେ ଲ୍ୟାବ୍ ଆସିଷ୍ଟାଣ୍ଡ ସୁଧାଂଶୁ ଖୁଣ୍ଡିଆଙ୍କୁ ତିନି ରାଉଣ୍ଡ ଗୁଳି କରିଥିଲେ ଦୁର୍ବୃତ୍ତ । ସୁଧାଂଶୁଙ୍କ ଘର ସରକନ୍ତାର ଗାଁରେ ବୋଲି ଜଣାପଡିଛି । ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତରୁ ଜମିବାଡି ଘଟଣାକୁ ନେଇ ଗୁଳିମାଡ ହୋଇଥିବା ଜଣାପଡିଛି ।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..