ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ଡ୍ୟୁଟିକୁ ଆସୁଥିବା ବେଳେ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୋଡାଇ ଗୋଡାଇ ଗୁଳି କରି ହତ୍ୟା କରିଥିବା ଜଣାପଡିଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଅବସ୍ଥାରେ ସୁଧାଂଶୁଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା, ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ଡ୍ୟୁଟି ଆସିବା ବେଳେ ଲ୍ୟାବ୍ ଆସିଷ୍ଟାଣ୍ଡ ସୁଧାଂଶୁ ଖୁଣ୍ଡିଆଙ୍କୁ ତିନି ରାଉଣ୍ଡ ଗୁଳି କରିଥିଲେ ଦୁର୍ବୃତ୍ତ । ସୁଧାଂଶୁଙ୍କ ଘର ସରକନ୍ତାର ଗାଁରେ ବୋଲି ଜଣାପଡିଛି । ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତରୁ ଜମିବାଡି ଘଟଣାକୁ ନେଇ ଗୁଳିମାଡ ହୋଇଥିବା ଜଣାପଡିଛି ।






More Stories
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..