ରିପୋର୍ଟ କାର୍ଡ / ନୂଆପଡା
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଏହା ପୂର୍ବରୁ କଂଗ୍ରେସ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଏବେ ବିଜେପି ମଧ୍ୟ ତା’ର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ନାଁ ଘୋଷଣା କରିଛି । ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି ବିଜେପି । ପୂର୍ବରୁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଖୁବ ଶୀଘ୍ର ବିଜେଡି ମଧ୍ୟ ନିଜ ପ୍ରାର୍ଥୀ ଘୋଷଣା କରିବ ବୋଲି ଜଣାପଡ଼ିଛି ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….