ରିପୋର୍ଟ କାର୍ଡ / ଭୁବନେଶ୍ୱର
ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା। ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ଡିସେମ୍ବର ୧୫ ତାରିଖ ସୁଦ୍ଧା ଆଡମିଟ କାର୍ଡ ମିଳିବ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏ ହେବ। ସେହିପରି ଜାନୁଆରୀ ୨ରୁ ୧୫ ଯାଏ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ହେବ। ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ସିସିଟିଭି କ୍ୟାମେରା ଲାଗିବ ବୋଲି CHSE ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ସୂଚନାଯୋଗ୍ୟ, ଏଥର ମୋଟ ୧୩୪୯ ସେଣ୍ଟରରେ ଯୁକ୍ତ ଦୁଇ ପରୀକ୍ଷା ହେବ।






More Stories
କିନ୍ନରଙ୍କୁ ହତ୍ୟା ଘଟଣା:ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର…..
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..