ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୋଟରଯାନ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ଅଭ୍ୟାସଗତ ଭାବେ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡ଼ି ମାଲିକଙ୍କ ରେଜିଷ୍ଟ୍ରେସନ ସାର୍ଟିଫିକେଟ (RC) ରଦ୍ଦ କରିବାକୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପରିବହନ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଉଲ୍ଲଙ୍ଘନକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ସେମାନଙ୍କୁ ନୋଟିସ୍ ପଠାଯିବ। ଏହାସହ ବକେୟା ଚାଲାଣ ପୈଠ କରି କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିବାକୁ ଗାଡ଼ି ମାଲିକମାନଙ୍କୁ ପରାମର୍ଶ ଦିଆଯାଇଛି। ପ୍ରତି RTOରେ ଏକ ସ୍ବତନ୍ତ୍ର ହେଲ୍ପଡେସ୍କ ମାଧ୍ୟମରେ ଓଟିଏସ୍ (ଓ୍ଵାନ ଟାଇମ ସେଟଲମେଣ୍ଟ) ଯୋଜନା କାର୍ଯ୍ୟକାରୀ କରାଯିବ, ଯାହା ଚାଲାଣ ପରିଶୋଧକୁ ସହଜ କରିବ। ଏହି ପଦକ୍ଷେପ ମାଧ୍ୟମରେ ରାସ୍ତା ନିୟମ ପାଳନକୁ କଡ଼ାକଡ଼ି କରାଯିବ ବୋଲି ପରିବହନ ବିଭାଗ ପକ୍ଷରୁ କୁହାଯାଇଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..