ରିପୋର୍ଟ କାର୍ଡ / ନୂଆପଡା
ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ପ୍ରାର୍ଥିତ୍ୱ ନାକଚ ହୋଇଥିବା ପ୍ରାର୍ଥୀମାନେ ହେଲେ ବହୁଜନ ସମାଜ ପାର୍ଟିର ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳରୁ ସୀତାରାମ ବେହେରା ଏବଂ ୩ ଜଣ ସ୍ବାଧୀନ ପ୍ରାର୍ଥୀ ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ ଏବଂ ଭୁଜବଳ ଆଡ଼ବଙ୍ଗ। ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀ ଭାଜପାରୁ ଜୟ ଢୋଲକିଆ, ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀଙ୍କ ପ୍ରାର୍ଥିତ୍ୱ ବଳବତ୍ତର ରହିଛି। ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନାଙ୍କ ସହ ୮ ଜଣ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଠିକ୍ ରହିଛି। ଆଜି ପ୍ରାର୍ଥିପତ୍ର ଯାଞ୍ଚ ସମୟରେ ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ପ୍ରକାଶ ବିନ୍ଦୁ, ଭାପ୍ରସେ ଏବଂ ରିଟର୍ଣ୍ଣିଂ ଅଫିସର ସୁର୍ମି ସୋରେନ ଉପସ୍ଥିତ ଥିଲେ।






More Stories
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….