ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆନ୍ଧପ୍ରଦେଶ ବସ ଟ୍ରାଜେଡିରେ ୨୦ଜଣ ଜୀବନ୍ତ ଦଗ୍ଧ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ ୨ଲକ୍ଷ, ଆହତଙ୍କୁ ୫୦ହଜାର ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଧାନ କରିବାକୁ ଘୋଷଣା କରିଛନ୍ତି ମୋଦୀ । ଏହାସହିତ ଆହତଙ୍କ ଆଶୁଆରୋଗ୍ୟ କାମନା ସହ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ସୂଚନା ଅନୁସାରେ ଆଜି ଭୋର ୩ଟା ୩୦ସମୟରେ ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ୍ ଜିଲାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଏକ ବିଳାସପୂର୍ଣ୍ଣ ଯାତ୍ରୀବାହି ବସ ଜଳିଯାଇଛି । ଏଥିରେ ୨୦ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୧୨ଜଣ ଯାତ୍ରୀ ଜରୁରୀକାଳନୀ ପ୍ରସ୍ଥାନ ଦ୍ୱାର ଭାଙ୍ଗି ବାହାରକୁ ଆସିଥିଲେ । ଏହି ସମୟରେ ସେମାନେ ଆହତ ମଧ୍ୟ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ବସଟି ସମୂର୍ଣ୍ଣ ଜଳିଯାଇଛି ।






More Stories
ହାଇଦ୍ରାବାଦ ଯାଉଥିବା ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ…..
ସମ୍ବିଧାନ ଉଚ୍ଛେଦ ପାଇଁ ପ୍ରସ୍ତାବ ଦେଉଛି ବିଜେପି……
ଦିଲ୍ଲୀରେ ବିଶ୍ବହିନ୍ଦୁ ପରିଷଦର ବିକ୍ଷୋଭ…..