ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମ୍ଭାବ୍ୟ ବାତ୍ୟା ‘ମନ୍ଥା’ କୁ ନେଇ ଦୁଇ ଦିନ ଅଙ୍ଗନୱାଡି କୁ ଛୁଟି ଘୋଷଣା କଲେ ସରକାର । ବାତ୍ୟାରେ ବିଶେଷ ପ୍ରଭାବିତ ହେବାକୁ ଥିବା ୮ଟି ଜିଲ୍ଲାର ଅଙ୍ଗନୱାଡି କେନ୍ଦ୍ରକୁ ଅକ୍ଟୋବର ୨୮ ଓ ୨୯ ତାରିଖ ଦୁଇ ଦିନ ବନ୍ଦ ରଖାଯିବ । ରବିବାର ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକ ବସି ଏହି ନିଷ୍ପତ୍ତି ନିଆଯାଇଛି । ବାତ୍ୟା ପାଇଁ ୮ଟି ଜିଲ୍ଲାକୁ ରେଡ୍ ଜୋନରେ ରଖାଯାଇଛି । ଯେପରିକି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି ଓ ନବରଙ୍ଗପୁର । ଏହି ଜିଲ୍ଲାରେ ଉକ୍ତ ଦୁଇ ଦିନ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ