ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ମନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଘଣ୍ଟା ପ୍ରତି ୧୩କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡି ଆସୁଛି ବାତ୍ୟା । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି । ବର୍ତ୍ତମାନ ବାତ୍ୟା ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନଡାଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଲୋକସଭା ଭବନରେ ସମୀକ୍ଷା କରିଛନ୍ତି । ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର, କୃଷି ସଚିବ ଓ ଅଗ୍ନିଶମ ଡିଜିଙ୍କ ସହ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..