Report Card Odisha

| Daily Odia News

ଓଡ଼ିଶାରେ ଦୁର୍ବଳ ଅବସ୍ଥାରେ ପହଞ୍ଚିବ ‘ମନ୍ଥା’:IMD…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର ମଛିଲିପତନମ-କଳିଙ୍ଗପତନମ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ଭାରତ ପାଣିପାଗ ବିଭାଗ(ଆଇଏମଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବା ବେଳେ ଝଟକା ପବନ ୧୧୦ କିଲୋମିଟର ଯାଏ ବଢିପାରେ। ଘଣ୍ଟା ପ୍ରତି ୧୬ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରୁଛି ବାତ୍ୟା। କାଲି ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବ । ଏହାସହ ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ । ଓଡ଼ିଶାରେ ପହଞ୍ଚିଲା ବେଳକୁ ବାତ୍ୟା ଦୁର୍ବଳ ହୋଇଥିବ। ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇଯିବ। ଦକ୍ଷିଣ ଓଡ଼ିଶା ଦେଇ ବାତ୍ୟା ଛତିଶଗଡ଼ ମୁହାଁ ହେବ। ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ଏହାର ପ୍ରଭାବ ପଡ଼ିବ। ଓଡ଼ିଶାରେ ବାତ୍ୟା ଦୁର୍ବଳ ହେଉଥିବାରୁ ୬୦ରୁ ୭୦ କି.ମି. ପବନ’ ବହିବ।୨୮ ରାତିରୁ ୨୯ ସକାଳ ଭିତରେ ବେଶୀ ପ୍ରଭାବ ରହିବ।

Breaking News