ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ। ଅର୍ଥାତ୍ ରାସନକାର୍ଡ ହିତାଧିକାରୀମାନେ ପୂର୍ବଭଳି ନିଜ କୋଟାର ଚାଉଳ ଉଠାଇପାରିବେ ଓ ଇ-କେୱାଇସି କରି ନଥିବା ୧୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ନେଇ ସେହିପରି କୌଣସି ଅପଡେଟ ଆସିନାହିଁ। ଚଳିତମାସ ୧୫ ତାରିଖରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଅକ୍ଟୋବର ଶେଷସୁଦ୍ଧା ଇ-କେୱାଇସି କରି ନଥିବା ହିତାଧିକାରୀଙ୍କୁ ନଭେମ୍ବରରୁ ଚାଉଳ ମିଳିବ ନାହିଁ ବୋଲି କହିଥିଲେ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..