ରିପୋର୍ଟ କାର୍ଡ / ଭୁବେନେଶ୍ୱର
ଇଭିଏମ୍ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍ ଆସିନାହିଁ । ଗତକାଲି ବିଜେଡି ପକ୍ଷରୁ ଇଭିଏମ ଚୋରିର ଅଭିଯୋଗ ଆସିଥିଲା । ମୁଖ୍ୟ ନିର୍ବାଚନ ଅଧିକାରୀ ଏନେଇ କହିଛନ୍ତି ରାଜ୍ୟର ୩୦ଟି ଜିଲାରେ ଇଭିଏମ୍ ଷ୍ଟ୍ରଙ୍ଗରୁମରେ ରହିଛି । ପ୍ରତ୍ୟେକ ଷ୍ଟ୍ରଙ୍ଗରୁମରେ ୩ମାସରେ ଥରେ ଲେଖାଏଁ ଯାଞ୍ଚ କରାଯାଏ । ଯାଞ୍ଚ ସମୟରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ରହିଥାନ୍ତି । ଅଭିଯୋଗ ପରେ ଗଞ୍ଜାମର ୨ ୱେୟାରହାଉସର ସିସିଟିଭି ଫୁଟେଜ ଯାଞ୍ଚ ହୋଇଥିଲା । ଏଯାଏ ଇଭିଏମକୁ ନେଇ ବିରୋଧୀଙ୍କ ଗୋଟିଏ ବି ଅଭିଯୋଗ ପ୍ରମାଣିତ ହୋଇନାହିଁ । ସମସ୍ତ ଯାଞ୍ଚର ଭିଡ଼ିଓଗ୍ରାଫି ହୋଇଥିବା ନେଇ ସୂଚନା ମିଳିଛି






More Stories
ଓଡ଼ିଶାକୁ ମିଳିବ ବଡ଼ ଫାଇଦା…..
କିନ୍ନରଙ୍କୁ ହତ୍ୟା ଘଟଣା:ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର…..
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..