ରିପୋର୍ଟ କାର୍ଡ / ଭୁବେନେଶ୍ୱର
କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ସୋମବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ସେ ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧି, ପୋଷଣ ସୁରକ୍ଷା ସୁନିଶ୍ଚିତ କରିବା ସହ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହିତ କରିବା ପାଇଁ ଉଦ୍ଧିଷ୍ଟ ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକରେ ଯୋଗଦେବେ। କାର୍ଯ୍ୟସୂଚୀ ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ ସୋମବାର ପୂର୍ବାହ୍ଣରେ ଭୁବନେଶ୍ୱରରେ ପହଞ୍ଚିବେ।ଏହାପରେ ସେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ‘ମାଣ୍ଡିଆ ଦିବସ (ମିଲେଟ୍ ଡେ)’ କାର୍ଯ୍ୟକ୍ରମର ଉଦ୍ଘାଟନୀ ଅଧିବେଶନରେ ଯୋଗଦେବେ। ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ କଟକ ଜିଲାର ସଦର ଅଞ୍ଚଳ ଗସ୍ତ କରି କୃଷି କ୍ଷେତ୍ର ପରିଦର୍ଶନ କରିବେ ଏବଂ ଚାଷୀଙ୍କ ସହିତ ସିଧାସଳଖ ଆଲୋଚନା କରିବେ। ଅପରାହ୍ଣରେ ସେ କଟକର ବିଦ୍ୟାଧରପୁରସ୍ଥିତ ଆଇସିଏଆର-କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ)ରେ ଏକ ବୈଠକରେ ଯୋଗଦେବେ। ସନ୍ଧ୍ୟାରେ ଶ୍ରୀ ଚୌହାନ ଭୁବନେଶ୍ୱରରୁ ବିଜୟୱାଡା ଅଭିମୁଖେ ଯାତ୍ରା କରିବେ ଏବଂ ପରଦିନ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….