ରିପୋର୍ଟ କାର୍ଡ / ଭୁବନେଶ୍ବର
ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ ଆୟୋଜନ କରାଯାଇଛି। ତେଣୁ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତୃଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-୨୦ ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡିଶା କ୍ରିକେଟ୍ ଆସୋସିଏସନ୍ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରିକେଟ୍ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ। ତେଣୁ, ଏହି ମ୍ୟାଚ୍ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ତେଣୁ, ଏହା ଯେପରି ତୃଟିଶୂନ୍ୟ ଭାବେ ପରିଚାଳିତ ହେବ । ଏବଂ ଓଡିଶାର ମର୍ଯ୍ୟାଦା ସୁରକ୍ଷିତ ହେବ, ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ। ବୈଠକରେ ଓସିଏ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ମ୍ୟାଚ୍ର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଟିକେଟ୍ କିଣାବିକା, ଦର୍ଶକ ମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା, ଷ୍ଟାଡିୟମ୍ର ଭିତ୍ତିଭୂମି ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା।






More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……