ରିପୋର୍ଟ କାର୍ଡ / ବରଗଡ଼
ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯିବ। ଏଥିପାଇଁ ଅନେକ ଆଶାୟୀ ଆବେଦନ କରିଥିବାବେଳେ ଆସନ୍ତା ୧୫ତାରିଖରୁ ବିଭିନ୍ନ ଚରିତ୍ର ପାଇଁ କଳାକାର ଚୟନ କରାଯିବ।ଦୀର୍ଘ ୩ଦିନ ଧରି ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଚୟନ ଅନୁଷ୍ଠିତ ହେବ । ୧୫ ତାରିଖ ଦେବକୀ, ନାରଦ, ଚାଣୁର , ମୁଷ୍ଟିକ, ସାର୍ତ୍ତକି, ବସୁଦେବ , ଅକ୍ରୁର ଏବଂ ଉଗ୍ରସେନ, ୧୬ତାରିଖ ମହାମନ୍ତ୍ରୀ ଓ ସେନାପତି ଏବଂ ୧୭ ତାରିଖ ଦିନ କଂସ ମହାରାଜ ସକାଶେ ସାକ୍ଷାତକାର ଅନୁଷ୍ଠିତ ହେବ। କଂସ ମହାରାଜ ଚରିତ୍ରରେ ୪୪, ମହାମନ୍ତ୍ରୀରେ ୩୩, ସେନାପତିରେ ୭୪, ଦେବକୀରେ ୧୪,ନାରଦରେ ୨୦, ଚାଣୁରରେ ୧୭, ସାର୍ତ୍ତକିରେ ୧୦, ମୁଷ୍ଟିକରେ ୧୮, ବସୁଦେବରେ ୩୦, ଅକ୍ରୁରରେ ୨୦, ଉଗ୍ରସେନରେ ୧୧ ତଥା ସମୁଦାୟ ୨୯୧ କଳାକାର ଚୟନରେ ଅଂଶଗ୍ରହଣ କରିବେ। ଆବେଦନକର୍ତ୍ତା ନିଜ ଭୂମିକା ପାଇଁ ଉଦ୍ଦିଷ୍ଟ ତାରିଖରେ ପୂର୍ବାହ୍ନ ୯ଟା ୩୦ ମିନିଟ୍ସୁଦ୍ଧା ବିଜୁ ପଟ୍ଟନାୟକ ଟାଉନ ହଲରେ ପହଞ୍ଚିବା ପାଇଁ ଫୋନ୍ ମାଧ୍ୟମରେ ଜଣାଇ ଦିଆଯିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ଵର ଶତପଥୀ ସୂଚନା ଦେଇଛନ୍ତି।






More Stories
ଆଉ ଥରେ ହେଉ ନୂଆପଡ଼ା ଉପନିର୍ବାଚନ:କଂଗ୍ରେସ…..
ନୟାଗଡରେ ବୋମାମାଡ଼……
ବଢ଼ିଲା ବାଲିଯାତ୍ରା ଅବଧି……