Report Card Odisha

| Daily Odia News

ଆଜି ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେବେ ନୀତୀଶ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନିର୍ବାଚିତ ହୋଇଛନ୍ତି। ଏହା ପରେ ସେ ପାଟନାସ୍ଥିତ ରାଜଭବନରେ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଗୁରୁବାର ପାଟନାର ଗାନ୍ଧୀ ମଇଦାନରେ ସେ ୧୦ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେବେ। ତାଙ୍କ ସହ ଅନ୍ୟ ୨୨ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି।ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇପାରନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କେନ୍ଦ୍ରମନ୍ତ୍ରୀ, ଭାଜପା ଏବଂ ଏନ୍‌ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାଟନାରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।

Breaking News