ରିପୋର୍ଟ କାର୍ଡ / କଟକ
ଶିକ୍ଷକ ଶିକ୍ଷୟିତ୍ରୀ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟକା। ରାଜ୍ୟ ସରକାର କରିଥିବା ଚିଠିକୁ ହାଇକୋର୍ଟ ଖାରଜ କରିଛନ୍ତି। ୧୫ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବଦଳି କରିବା ପାଇଁ ସାଂସଦ ଓ ବିଧାୟକ ମାନଙ୍କୁ କ୍ଷମତା ଦିଆଯାଇଥିଲା। ଶିକ୍ଷାକ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟ ନାପସନ୍ଦ କରିଛନ୍ତି। ଏପରି କଲେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପ ହେବ ବୋଲି କହିଛନ୍ତି ହାଇକୋର୍ଟ।
ସୂଚନାଥାଉକି, ରାଜ୍ୟ ସରକାର ୧୫ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ବିଧାୟକ ଓ ସାଂସଦ ନିଜ ନିର୍ବାଚନ ମଣ୍ଡଳୀର ୧୫ ଜଣ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ସୁପାରିସ କରିପାରିବେ । ଯାହାକୁ ନେଇ ହାଇକୋର୍ଟରେ ମାମଲା ହୋଇଥିଲା । ହାଇକୋର୍ଟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ବର୍ତ୍ତମାନ ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି। ଯେଉଁଥିରେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ନାପସନ୍ଦ କରିଛନ୍ତି ହାଇକୋର୍ଟ।






More Stories
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..
ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ……