ରିପୋର୍ଟ କାର୍ଡ / ଭୁବନେଶ୍ଵର
ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ପ୍ରକ୍ରିୟା ଜାରି ରହିବ। ଆଜି ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ଇ-କେଓ୍ବାଇସି ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡ ବାତିଲ କରାଯାଇଛି। ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୯୯। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ୭୪୭ ଜାଲ୍ ରାସନ କାର୍ଡ ଧରାପଡିଛି। ଗତବର୍ଷ ଜୁନ୍ ମାସରୁ ୧୫ ଲକ୍ଷ ୩୩ ହଜାର ୧୫୩ ଜଣ ଆବେଦନ କରିଛନ୍ତି।






More Stories
ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ…..
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..