ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି ହୋଇଛି।ଅନ୍ୟପକ୍ଷେ, ମାଲକାନଗିରିରେ ଇଣ୍ଟରନେଟ କଟକଣା କେଭି ସିଂହଦେଓ। ଦୁଇ ଗୋଷ୍ଠୀ ସହ ରୁଦ୍ଧଦ୍ୱାର ବୈଠକ ଚାଲିଛି । ଯାହା ସମାଧାନ ହେବ ତାହାକୁ ନେଇ ନିଷ୍ପତ୍ତି ଦିଆଯିବ । ବୁଧବାର ମିଳିଥିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଥିଲା କଟାମୁଣ୍ଡ । ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଗୁରୁବାର କଟାମୁଣ୍ଡ ମିଳିଛି। ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଲା ମହିଳାଙ୍କ କଟାମୁଣ୍ଡ। ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର କରାଯାଇଛି। କଟାମୁଣ୍ଡ ମିଳୁ ନଥିବାରୁ ଏମ୍ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଥିଲା। ଅନ୍ୟପକ୍ଷେ ଲକାନଗିରିରେ ବୁଧବାର ମଧ୍ୟ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି ହୋଇଥିଲା । ଗୁରୁବାର ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବଳବତ୍ତର ରହିଥିଲା ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….