ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ଗୃହ ମନ୍ତ୍ରଣାଳୟର ସୂଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏମପି ଡିଜିପିଙ୍କୁ ଏନେଇ ଏକ ଚିଠି ପଠାଇଛି । ଶିବରାଜ ସିଂହ ଚୌହାନ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ଟାର୍ଗେଟରେ ଅଛନ୍ତି । ଆଇଏସଆଇ ଚୌହାନଙ୍କ ସହ ଜଡିତ ସୂଚନା ସଂଗ୍ରହ କରୁଛି । ଭୋପାଳର ୭୪ ବଙ୍ଗଳାରେ ଶିବରାଜଙ୍କ ବି-୮ ବାସଭବନ ଚାରିପାଖରେ ପୋଲିସ ଅତିରିକ୍ତ ବ୍ୟାରିକେଡ୍ ନିର୍ମାଣ କରିଛି । ଦିଲ୍ଲୀରେ ତାଙ୍କ ସରକାରୀ ବାସଭବନରେ ମଧ୍ୟ ସୁରକ୍ଷା ବୃଦ୍ଧି କରାଯାଇଛି । ଆଇଏସଆଇ ଶିବରାଜ ଚୌହାନଙ୍କ ପ୍ରତି ଆଗ୍ରହ ପ୍ରକାଶ କରିଥିବା ଜଣାପଡ଼ିଛି । ତାଙ୍କର ପୂର୍ବରୁ Z+ ସୁରକ୍ଷା ଥିଲା , କିନ୍ତୁ ଏହି ସୁରକ୍ଷାକୁ ଆହୁରି ବୃଦ୍ଧି କରାଯାଇଛି।ଇନପୁଟ୍ ପାଇବା ପରେ ତୁରନ୍ତ ସ୍ଥାନୀୟ ପୋଲିସ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ଉଭୟ ସହରରେ ଚୌହାନଙ୍କ ସୁରକ୍ଷା ବଳୟକୁ ସୁଦୃଢ଼ କରିଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କ ଭୋପାଳ ବଙ୍ଗଳା ବାହାରେ ସୁରକ୍ଷା ବଢ଼ାଯାଇଥିବା ଦେଖିବାକୁ ମିଳିଥିଲା।






More Stories
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ…..
ଆଣ୍ଠେଇ ମୁଣ୍ଡିଆ ମାରିଲେ ମୋଦୀ…..
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..