ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କ ପାଇଁ ଦାନ କରିବେ । ଚିଠି ଲେଖି ଘୋଷଣା କଲେ ନବୀନ । ଗରିବ ଲୋକଙ୍କ ବିକାଶ ପାଇଁ ଖର୍ଚ୍ଚ ହେଉ ମୋ ଦରମା କହିଲେ ନବୀନ। ଦୀର୍ଘ ୨୫ ବର୍ଷ ଧରି ରାଜ୍ୟବାସୀଙ୍କ ସମର୍ଥନ ଓ ଆଶୀର୍ବାଦ ପାଇ ଆସିଛି। ଯେଉଁଥିପାଇଁ ମୁଁ ରାଜ୍ୟବାସୀଙ୍କ ପାଖରେ ଋଣୀ। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ମଧ୍ୟ ଓଡ଼ିଶାବାସୀଙ୍କର ଅକୁଣ୍ଠିତ ସମର୍ଥନ ପାଇଥିଲେ। ୨୦୧୫ରୁ ମୋ ପରିବାର କଟକ ସ୍ଥିତ ପୈତୃକ ଘର ଆନନ୍ଦ ଭବନକୁ ରାଜ୍ୟବାସୀଙ୍କୁ ଉତ୍ସର୍ଗ କରିଛନ୍ତି। ଏବେ ବର୍ଦ୍ଧିତ ଦରମାକୁ ମୁଁ ରାଜ୍ୟର ଗରିବ ଓ ଦୀନ ଦୁଃଖିଙ୍କ ପାଇଁ ଦାନ କରିବାକୁ ନିଷ୍ପତ୍ତି ନେଇଛି।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..