ରିପୋର୍ଟ କାର୍ଡ / ଭୁବନେଶ୍ୱର
ମହମ୍ମଦ ମୋକିମ୍ ଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯିବା ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ରଖିଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କିଏ କହି ପଚାରିଛନ୍ତି ଭକ୍ତ ଦାସ। ସେ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି। ଦଳୀୟ ନେତୃତ୍ୱ ସେମାନଙ୍କ କଥା ନିଶ୍ଚିତ ଶୁଣିବେ। ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ। କିନ୍ତୁ ଚିଠିକୁ ମିଡିଆରେ ପ୍ରଘଟ କରିବାର କ’ଣ ଆବଶ୍ୟକତା ଥିଲା। କାରଣ ସେ ଦଳରେ ରହିବାକୁ ଚାହୁଁ ନ ଥିଲେ।ରାହୁଲ ଗାନ୍ଧୀଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ଭକ୍ତ ପ୍ରଶ୍ନ କରିଛନ୍ତି। ରାହୁଲ ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ। ଏହା କ’ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ କରିବେ। ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କରିଛନ୍ତି ଭକ୍ତ। ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..