ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ଵରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ ସରକାରକୁ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଅପରାଧ ରୋକିବା ଦିଗରେ ସରକାରଙ୍କ ବିଫଳତାକୁ ଦର୍ଶାଇଛନ୍ତି। ନବୀନ ଲେଖିଛନ୍ତି, ଭୁବନେଶ୍ଵରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ପରି ବିଷୟ। ବର୍ବରତା ଓ ଅରାଜକତା ସୀମା ଟପୁଛି। ରାଜଧାନୀ ଅସୁରକ୍ଷିତ ହେଉଛି। ଅପରାଧୀ ଭୟଶୂନ୍ୟ ହେଉଛନ୍ତି। ସରକାର ବିଶ୍ଵସନୀୟତା ହରାଉଛି। ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ ବୋଲି ନବୀନ ପ୍ରଶ୍ନ କରିଛନ୍ତି। ନବୀନ କହିଛନ୍ତି, ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି। ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପରାଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି। ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ଓଡ଼ିଶା ହେବ ଫାର୍ମା ହବ୍……