ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ ଏମ୍ସ ଯାଏଁ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର । ବୈଠକରେ ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ହୋଇଛି । ଏହା ମଧ୍ୟରୁ ଗୋଟିଏ ଲେନ୍ ଆମ୍ବୁଲାନ୍ସ ପାଇଁ ରିଜର୍ଭ ରହିବ । ଏମ୍ସକୁ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର ପାଇଁ ଏମ୍ସ ନିର୍ଦ୍ଦେଶକ ଅନୁରୋଧ କରିଥିଲେ । ତେବେ ଜଣେ ଖଣ୍ଡଗିରି ଛକ ଅତିକ୍ରମ କରିବା ପରେ ସିଧାସଳଖ ଏମ୍ସରେ ପହଞ୍ଚିପାରିବେ ।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……