ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଗର୍ଗ । ପ୍ରକାଶଥାଉକି, ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରିବାକୁ ଥିବା ବେଳେ ଅନୁ ଗର୍ଗଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି | ନୂଆ ବର୍ଷରେ ଓଡ଼ିଶା ନୂଆ ମୁଖ୍ୟ ଶାସନ ସଚିବ ପାଇବ । ଅନୁ ଗର୍ଗଙ୍କର ମାର୍ଚ୍ଚ ୨୦୨୯ ପର୍ଯ୍ୟନ୍ତ କାର୍ଯ୍ୟକାଳ ରହିଛି । ପୂର୍ବରୁ ସେ ଅନେକ ବିଭାଗରେ କାର୍ଯ୍ୟ କରିଥିବା ବେଳେ ବର୍ତ୍ତମାନ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ସହ ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରୁଛନ୍ତି । ନୂଆ ଶାସନ ସଚିବ ନେଇ ଚାରି ଜଣ ଆଇଏସଙ୍କ ନାଁ ଚର୍ଚ୍ଚାରେ ରହିଥିବା ବେଳେ ଅନୁ ଗର୍ଗଙ୍କୁ ନୂଆ ଦାୟିତ୍ବ ମିଳିଛି ।






More Stories
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..
ଟ୍ୟୁଶନ ହେବେ ରାଜସ୍ବ ବାବୁ…..