ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା ଦେଇ କହିଛନ୍ତି, ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ। ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ଯାଞ୍ଚ ପ୍ରକ୍ରିୟା ସରିଛି । ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେଶନ କରିବେ ସେଥିପ୍ରତି ଗୁରୁତ୍ୱ। ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରହିବ ବୋଲି ସେ କହିଛନ୍ତି। ପୋଲିସ କମିସନର ଆହୁରି କହିଛନ୍ତି, ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍, ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିସନରେଟ ପୋଲିସ। ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
୨ରୁ ଯୁକ୍ତ ଦୁଇ ଖାତାଦେଖା…..
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..