ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍ରେ ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଶହେ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରିଛି ହାଇଦ୍ରବାଦ ପୋଲିସ। ୧୧ ନମ୍ବର ଅଭିଯୁକ୍ତ ଭାବେ ଚାର୍ଜଶିଟ୍ରେ ଅଲ୍ଲୁ ଅର୍ଜୁନଙ୍କ ନାଁ ରହିଛି। ଏଥିସହିତ ତାଙ୍କ ମ୍ୟାନେଜରଙ୍କ ବିରୋଧରେ ମଧ୍ୟ ଚାର୍ଜଶିଟ୍ ଦାଖଲ ହୋଇଛି। ସନ୍ଧ୍ୟା ଥିଏଟର ପରିଚାଳନା ସଂସ୍ଥାକୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି। ସୂଚନା ଥାଉକି, ୨୦୨୪ ଡିସେମ୍ବରରେ ପୁଷ୍ପା-୨ର ପ୍ରିମିୟର ଶୋ’ ବେଳେ ଦଳାଚକଟା ହୋଇଥିଲା। ଏହି ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ତାଙ୍କ ନାବାଳକ ପୁଅ ଗୁରୁତର ହୋଇଥିଲେ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..