Report Card Odisha

| Daily Odia News

କଳାକାର ପାଇବେ ଅଧିକ ଭତ୍ତା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟର ପାରମ୍ପରିକ କଳାକାରଙ୍କ ପାଇଁ ଖୁସିର ଖବର । ୨୦୨୫ ଶେଷ ହୋଇ ୨୦୨୬ ଆରମ୍ଭ ହେଉଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାକାର ମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ରବିବାର କେନ୍ଦୁଝରର ପାର୍କଲେନ ଠାରେ ଆୟୋଜିତ ୪୮ ତମ ରାଜ୍ୟସ୍ତରୀୟ ପାଲା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର କଳାକାର ଓ ସେମାନଙ୍କ ପରିବାର ବର୍ଗଙ୍କ ମଧ୍ୟରେ ଖୁସି ଓ ଆନନ୍ଦର ପରିବେଶ ସୃଷ୍ଟି ହୋଇଛି। ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ପ୍ରଚାର ପ୍ରସାର କରୁଥିବା କଳାକାର ମାନଙ୍କ ସମ୍ମାନରେ ଏହି ଭତ୍ତା ବୃଦ୍ଧି କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ କଳାକାରମାନଙ୍କ ଭତ୍ତା ବୃଦ୍ଧି ହୋଇଛି। ଏହି ନିଷ୍ପତ୍ତି ଅନୁଯାୟୀ ୪୦ ରୁ ୮୦ ବର୍ଷ ବୟସ୍କ କଳାକାର ମାନଙ୍କ ଭତ୍ତା ମାସକୁ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ୮୦ ବର୍ଷରୁ ଅଧିକ ବୟସର କଳାକାର ମାନଙ୍କ ମାସିକ ଭତ୍ତା ୨୫୦୦ ଟଙ୍କାରୁ ୩୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହାଦ୍ବାରା ରାଜ୍ୟର ୪୭,୭୦୪ ଜଣ କଳାକାର ଓ ସେମାନଙ୍କ ପରିବାର ବର୍ଗ ଉପକୃତ ହେବେ।

Breaking News