ରିପୋର୍ଟ କାର୍ଡ / ଭୁବନେଶ୍ୱର
ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଲୋକଙ୍କ ଅସୁବିଧାକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି। ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ବାନ କରୁଛୁ। ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ଅଗ୍ରାଧିକାର ଦେବୁ। ଗ୍ରୀନ୍ ଷ୍ଟିକର ବାଧ୍ୟତାମୂଳକ ନୁହେଁ, ଲଗାଇଲେ ଯାଞ୍ଚ ପାଇଁ ସୁବିଧା । ଯେଉଁମାନେ PUCC କରି ସାରିଛନ୍ତି, ସେମାନେ ଷ୍ଟିକର RTOରୁ ପାଇବେ ବୋଲି ମନ୍ତ୍ରୀ କହିଛନ୍ତି।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..