ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ଓ୍ବାଟ ଯାଏ ଥିବା ୮.୭୫ ଲକ୍ଷ ମିଟରକୁ ବଦଳାଇ ସ୍ମାର୍ଟ ମିଟର ଲଗାଯିବ। ଏହି ବାବଦକୁ ୩୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ନୂଆ ସଂଯୋଗରେ ସ୍ମାର୍ଟ ମିଟର ଲଗାଇବାକୁ ୮୮ କୋଟି ଖର୍ଚ୍ଚ ହେବ। ସ୍ମାର୍ଟ ମିଟର ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ ରହିବ। ଏହା DISCOM ଦ୍ୱାରା ପରିଚାଳିତ ଏବଂ ରକ୍ଷଣାବେକ୍ଷଣ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..