Report Card Odisha

| Daily Odia News

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ କହିଛନ୍ତି ଓଡ଼ିଶାର କଠିନ ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ସେ ଓଡ଼ିଶାର ବିକାଶ ପଥକୁ ବୃଦ୍ଧି କରିବା ଏବଂ ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଉଲ୍ଲେଖନୀୟ ପ୍ରୟାସ କରିଛନ୍ତି। ଲୋକଙ୍କ ସେବାରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜୁନ୍‌ ୧୨ତାରିଖରେ ଶପଥ ଗ୍ରହଣ କରିଥିଲେ । ବିଜେପିର ଏହି ଯୁବ ନେତା ରାଜ୍ୟରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଁ ରେକର୍ଡ କରିଛନ୍ତି । ଲୋକଙ୍କ ସରକାର କହୁଥିବା ବିଜେପି ଏହି ଅଭିଜ୍ଞ ନେତାଙ୍କ ଉପରେ ଓଡ଼ିଶାର ବିକାଶ ଭାରର ଦାୟିତ୍ୱ ଦେଇଛି । ଯାହାକୁ ମୁଖ୍ୟମନ୍ତ୍ରୀ କଠିନ ପରିଶ୍ରମ କରି ସଠିକ୍‌ ଭାବେ ନିର୍ବାହ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି କରି ସିଧାସଳଖ ଲୋକଙ୍କ ସମସ୍ୟା ଦୂର କରୁଛନ୍ତି । ଆଜି ମୁଖ୍ୟମନ୍ତ୍ରୀଙ୍କ ୫୪ତମ ଜନ୍ମଦିନ ଅବସରରେ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ।

Breaking News