ରିପୋର୍ଟ କାର୍ଡ / ପୁରୀ
ମାଘ ମାସ କୃଷ୍ଣ ଚତୁର୍ଥୀ ତିଥିରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତ୍ର ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳର ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକ ଲାଗି କୁହାଯାଏ।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..