ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାଂଲାଦେଶରେ ହିନ୍ଦୁ ମାନଙ୍କ ପ୍ରତି ହିଂସା ବଢୁଥିବା ବେଳେ ଆଜି ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର ଦିନକୁ ଦିନ ବଢି ଚାଲିଛି । ଏମିତିକି ଦିନକୁଦିନ ହିନ୍ଦୁ ମାନଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି । ବାଂଲାଦେଶରେ ଆଜି ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ମିଥୁନ ସରକାର । ଖବର ଅନୁସାରେ ପ୍ରଥମେ ମିଥୁନଙ୍କୁ କିଛି ବ୍ୟକ୍ତି ସଂଘବଦ୍ଧ ଆକ୍ରମଣ ପାଇଁ ଉଦ୍ୟମ କରିଥିଲେ । ପ୍ରାଣ ବଞ୍ଚାଇବାକୁ ମିଥୁନ ପାଣିକୁ ଡେଇଁ ପଡିଥିଲେ । ଦୀର୍ଘ ସମୟ ପାଣିରେ ବୁଡି ରହି ମିଥୁନଙ୍କ ମୃତ୍ୟୁ ହୋଇଥିବା ସ୍ଥାନୀୟ ପୋଲିସ ସୂଚନା ଦେଇଛି ।






More Stories
ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ…..
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..