ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ସୁଭଦ୍ରା ଟଙ୍କା ପାଇବେ । ପୂର୍ବରୁ ବାଦ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ପୁଣିଥରେ ସାମିଲ କରାଯାଇଛି । କହିରଖୁଛୁକି, ଗତ ନଭେମ୍ୱର ମାସରେ ଆରମ୍ଭ ହୋଇଥିଲା ଆବେଦନ ପ୍ରକ୍ରିୟା । ନୂଆ କରି ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀଙ୍କୁ ପ୍ରଥମ ଥର ମିଳିବ ସୁଭଦ୍ରା ଟଙ୍କା । ୫୦୦୦ ଟଙ୍କା ଲେଖାଏଁ ପାଇବେ । ତେବେ ପୂର୍ବରୁ ଯେଉଁମାନେ ବାଦ୍ ପଡିଥିଲେ ସେମାନେ ସମସ୍ତ କିସ୍ତି ଏକାଥରେ ପାଇବେ । ସେହିପରି ଅଭିଯୋଗ ଶୁଣାଣି ରେ ୨୪ହଜାର ୧୮ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି । ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..