ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜଧାନୀରେ ହୋଲି ପାଳନ ଉପରେ ବିଏମସି କମିସନରଙ୍କ ସୂଚନା ମୁତାବକ ଦୋଳ ଓ ହୋଲି ପାଇଁ ପୃଥକ ପୃଥକ ନିୟମ ରହିବ । ସର୍ବସାଧାରଣରେ ହୋଲି ଖେଳିବା ଉପରେ ରୋକ ଲଗାଯିବ । ସେପଟେ କେବଳ ନିଜ ପରିବାର ସଦସ୍ୟଙ୍କ ସହ ଘରେ ହୋଲି ଖେଳିପାରିବେ ବୋଲି କହିଛନ୍ତି କମିଶନର । ସେହିପରି ରଙ୍ଗ ଦୋକାନ ଖୋଲିବା ନେଇ କିଛି କଟକଣା ନାହିଁ । ଦୋଳ ଯାତ୍ରାରେ ପ୍ରତ୍ୟେକ ବିମାନ ସହ ସର୍ବାଧିକ ୫ ରୁ ୬ ଜଣଙ୍କୁ ଯିବାକୁ ଅନୁମତି ମିଳିବ । ମେଳଣ ସ୍ଥାନରେ ଏକାସାଙ୍ଗରେ ନୁହଁ ବରଂ ପର୍ଯ୍ୟାୟ କ୍ରମେ ଆସିବ ବିମାନ । ମେଳନରେ ମଧ୍ୟ ସର୍ବାଧିକ ୫୦ ରୁ ୬୦ ଜଣଙ୍କୁ ଅନୁମତି ଦିଆଯିବ । ଏଥିପାଇଁ ଆୟୋଜକ ସ୍ୱତନ୍ତ୍ର ଭାବେ ଆବେଦନ କରି ଅନୁମତି ନେବେ ବୋଲି ବିଏମସି କମିଶନର ସୂଚନା ଦେଇଛନ୍ତି ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..