Report Card Odisha

| Daily Odia News

ଏଲିଭେଟେଡ଼ କରିଡ଼ର’ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବଦଳିବ ଜୟଦେବ ବିହାର-ନନ୍ଦନକାନାନ ରାସ୍ତାର ରୂପରେଖ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ହେବାକୁ ଥିବା ସ୍ବତନ୍ତ୍ର ଏଲିଭେଟେଡ଼ କରିଡ଼ର’ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏପରିକି ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଗୋଟିଏ ସ୍ଥାନରେ ଲୋକସେବା ଭବନ ଓ ନୂଆ ବିଧାନସଭା ରହିବ। ୭୧ ଏକର ଜମିରେ ଏହା ନିର୍ମାଣ ହେବାକୁ ଥିବାବେଳେ ୩୬୨୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏନେଇ ମାଷ୍ଟରପ୍ଲାନ ଅନୁମୋଦନ ହୋଇଛି। ଲୋକସେବା ଭବନରେ ଭୂତଳ ପାର୍କିଂ ବ୍ୟବସ୍ଥା କରାଯିବ। ବେସମେଣ୍ଟରେ ତଳକୁ ତଳ ତିନି ମହଲା ସ୍ମାର୍ଟ ପାର୍କିଂ ବ୍ୟବସ୍ଥାରେ ୫୭୩ କାର୍‌ ରହି ପାରିବ।

Breaking News