ରିପୋର୍ଟ କାର୍ଡ / ଭୁବନେଶ୍ବର
କଲକାତାରେ ନିବେଶକ ସମ୍ମିଳନୀରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପଶ୍ଚିମବଙ୍ଗ ଯାତ୍ରା କରିଛନ୍ତି। ୧୮ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ସେଠାରେ ରହିବେ। ତାଙ୍କ ସହିତ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ନିବେଶକ ସମ୍ମିଳନୀରେ ଓଡ଼ିଶାରେ ନିବେଶ ପାଇଁ ଦେଶର ପ୍ରମୁଖ ଉଦ୍ୟୋଗପତିଙ୍କୁ କହିବେ। ସେହିପରି ବିଭିନ୍ନ କ୍ଷେତ୍ର ୱାରୀ ନିବେଶକଙ୍କ ସହ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡ଼ିଛି






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….