ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିରୁ ପୁଣି ଜଣେ ନେତାଙ୍କୁ ନିଲମ୍ବିତ କରାଯାଇଛି । ସେ ହେଲେ ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ। ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି। ବିଜେଡି ଉପସଭାପତି ପ୍ରତାପ ଜେନା ଏନେଇ ସୂଚନା ଦେଇଛନ୍ତି । ସେହିପରି ଗତକାଲି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ନିଲମ୍ବିତ ହୋଇଥିଲେ ।






More Stories
ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା:ପ୍ରମାଣ ନାହିଁ, ଲାଗିନି ଭିଡ ହିଂସା ଦଫା…..
ରାଜଧାନୀରେ ‘ନାଇଟ୍ ଅପରେସନ’…..
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..