Report Card Odisha

| Daily Odia News

ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିଜେଡିରୁ ପୁଣି ଜଣେ ନେତାଙ୍କୁ ନିଲମ୍ବିତ କରାଯାଇଛି । ସେ ହେଲେ ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ। ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି। ବିଜେଡି ଉପସଭାପତି ପ୍ରତାପ ଜେନା ଏନେଇ ସୂଚନା ଦେଇଛନ୍ତି । ସେହିପରି ଗତକାଲି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ନିଲମ୍ବିତ ହୋଇଥିଲେ ।

Breaking News