ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟସଭା ନିର୍ବାଚନ ଲାଗି ଆରମ୍ଭ ହୋଇଛି ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ଭାରତୀୟ ନିର୍ବାଚନ କମିଶନ । ଏନେଇ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ଟି ଆସନ, ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ, ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ । ଏଥିରେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରୁଛି । ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ମମତା ମହନ୍ତ ଓ ସୁଜିତ୍ କୁମାର ବିଜେଡି ଦଳ ଛାଡି ବିଜେପିରେ ସାମିଲ ହୋଇଛନ୍ତି ।






More Stories
ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ…..
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..