ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଅଧିକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି। ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଆଜି ପ୍ରଥମ କିସ୍ତି ମିଳିଛି। ସେହିପରି ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..