ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଭକ୍ତିର ସହ ପୂଜା କରୁଛନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ । ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି । ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନେ ମା’ଙ୍କୁ ପୂଜାର୍ଚ୍ଚନା କରୁଛନ୍ତି ।






More Stories
ପ୍ରଶଂସା ମିଳିବ…..
ଶୁଭଫଳ ପ୍ରାପ୍ତ ହେବେ…..
ସାଧାରଣ ସତର୍କତା ରଖନ୍ତୁ….