ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ଲାଗି ଆସନ୍ତା ଫେବୃଆରୀ ୧୭ରୁ ବିଧାନସଭାରେ ରାଜ୍ୟ ବଜେଟ ଅଧିବେଶନ ଆରମ୍ଭ ହେବାକୁ ରହିଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟପାଳଙ୍କ ଅନୁମୋଦନ ଲାଗି ଏକପ୍ରସ୍ତାବ ପ୍ରସ୍ତୁତ ହୋଇଛି। ଏହାକୁ ରାଜ୍ୟପାଳଙ୍କ ସ୍ବୀକୃତି ମିଳିବା ପରେ ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହେବ ବୋଲି ସଂସଦୀୟ ବ୍ୟାପାର ପକ୍ଷରୁ ଜଣାଯାଇଛି।ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ପକ୍ଷରୁ ଏଥର ବଜେଟର ବ୍ୟୟ ଅଟକଳ ପ୍ରାୟ ୩ଲକ୍ଷ କୋଟି ଟପିବ ବୋଲି ଆକଳନ କରାଯାଉଛି। ଏହାକୁ ନେଇ ଆସନ୍ତା ଫେବୃଆରୀରୁ ହେବାକୁ ଥିବା ବଜେଟ ଅଧିବେଶନ ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ଆସନ୍ତା ଆର୍ଥିକବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିବେ। ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚରେ ହେବ। ଉଭୟ ପର୍ଯ୍ୟାୟରେ ପ୍ରାୟ ୩୦ଦିନ କାର୍ଯ୍ୟ ଦିବସ ଚାଲିବା ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଇଛି।






More Stories
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..
ଓଡ଼ିଶାକୁ ମିଳିବ ବଡ଼ ଫାଇଦା…..
କିନ୍ନରଙ୍କୁ ହତ୍ୟା ଘଟଣା:ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର…..