ରିପୋର୍ଟ କାର୍ଡ / କଟକ
କଟକରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ଜନ୍ମସ୍ଥାନରେ ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ଉପରାଷ୍ଟ୍ରପତି । ଏହାପରେ ନେତାଜୀ ସଂଗ୍ରାହାଳୟ ପରିଦର୍ଶନ କରିଛନ୍ତି । ଉପରାଷ୍ଟ୍ରପତିଙ୍କ ସହିତ ରହିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖମନ୍ତ୍ରୀ ମୋହନ ଚରଣ ଓ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ପ୍ରଥମ ଥର ଓଡ଼ିଶା ଆସିବା ସହ କଟକକୁ ଆସିଛନ୍ତି ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ଆଜି ସକାଳୁ ନିର୍ଦ୍ଧାରିତ ସମୟର ୨୫ମିନିଟ୍ ପୂର୍ବରୁ ଉପରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିଥିଲେ । ଭୁବନେଶ୍ୱର ବିମାନବନ୍ଦରରେ ଉପରାଷ୍ଟ୍ରପତି ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରିବା ସହ ସ୍ୱାଗତ କରିଥିଲେ ରାଜ୍ୟପାଳ ହରିବାବୁ କମ୍ବମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ବିମାନବନ୍ଦରରୁ ଉପରାଷ୍ଟ୍ରପତି ସିଧାସଳଖ କଟକ ଅଭିମୁଖେ ଯାତ୍ରା କରିଥିଲେ ।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..