ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ କଡା ନିର୍ଦ୍ଦେଶ ଯେ ଏଣିକି ସୋମବାର ଦିନ କୌଣସି ସରକାରୀ ବୈଠକ ହେବନାହିଁ । ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି । ପ୍ରତ୍ୟେକ ସୋମବାର ଦିନ ସରକାରୀ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ରହୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଅଭିଯୋଗ ଶୁଣାଣିକୁ ଗୁରୁତ୍ୱ ଦେବାକୁ କୁହାଯାଇଛି । ଏନେଇ ସଚିବ ସ୍ତରୀୟ ବୈଠକରେ ଆଲୋଚନା ହେବା ପେ ନିର୍ଦ୍ଦେଶ ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ । ଏହା ସହ ପ୍ରତ୍ୟେକ ମାସ ତୃତୀୟ ଶନିବାର ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା କରାଯିବାକୁ କୁହାଯାଇଛି । ଏହି ଦିନ ୧୦ରୁ ୧୧ଟି ପ୍ରକଳ୍ପର ସମୀକ୍ଷା କରାଯିବ ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..