ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଆସନ୍ତାବର୍ଷ ଜନଗଣନା ହେବାର ଥିବାରୁ ସେଥିଲାଗି ଆଗୁଆ ପଞ୍ଚାୟତ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ଦୁଇରୁ ତିନିମାସ ପୂର୍ବରୁ ହୋଇପାରେ ପଞ୍ଚାୟତ ନିର୍ବାଚନ । ଛଅମାସ ଭିତରେ ଅଧୁରା ପଡିଥିବା ଲୋକାଭିମୁଖ୍ୟି କାମ ଗୁଡିକ ଶେଷ କରିବାକୁ ବିଜେପି ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟଙ୍କୁ ବିଜେପି ସଭାପତି ନିର୍ଦେଶ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଗକୁ ପଞ୍ଚାୟତ ସ୍ତରରେ ମିଶ୍ରଣ ପର୍ବ ଅନୁଷ୍ଠିତ ହେବ। ଯେଉଁ ମାନେ ପଞ୍ଚାୟତ ସ୍ତରରେ ମିଶିବେ ତାଙ୍କୁ ପଞ୍ଚାୟତ ସ୍ତରରେ ମିଶ୍ରଣ ପର୍ବ କରି ବିଜେପିରେ ମିଶାଯିବ। ଯେଉଁ ବିଧାନସଭା ସ୍ତରରେ ମିଶିବେ ତାଙ୍କୁ ବିଧାନସଭା ସ୍ତରରେ ମିଶ୍ରଣ କରି ବିଜେପିରେ ସାମିଲ କରାଯିବ।ସେହିପରି ଯିଏ ଜିଲ୍ଲା ସ୍ତରରେ ମିଶିବାକୁ ଚାହିବେ ସେମାନଙ୍କୁ ଜିଲ୍ଲା ସ୍ତରରେ। ଯେଉଁମାନେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମିଶିବାକୁ ଚହିଁବେ। ସେମାନେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମିଶିବେ। ପଞ୍ଚାୟତରୁ ଭୁବନେଶ୍ବର ପର୍ଯ୍ୟନ୍ତ ମିଶ୍ରଣ ପର୍ବ ଅନୁଷ୍ଠିତ ହେବ। ଆଉ ଛଅ ମାସ ରହିଲା ପଞ୍ଚାୟତ ନିର୍ବାଚନ। ଦିନ ରାତି ଏକ କରି ପରିଶ୍ରମ କରିବା ପାଇଁ କର୍ମୀ ମାନଙ୍କୁ ପରାମର୍ଶ ଦେଇଛନ୍ତି।






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….