ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ ହାତପାଆନ୍ତାରେ ମିଳିବ ଏବଂ ଲୋକେ ବିଶେଷ ଭାବେ ଉପକୃତ ହୋଇପାରିବେ ତାହାକୁ ନେଇ ଫେବୃଆରୀ ୧୩ ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ୩୬ତମ ମନ୍ତ୍ରିମଣ୍ଡଳ ବୈଠକ ତଥା ରାଜ୍ୟ କ୍ୟାବିନେଟ ବୈଠକରେ ରାଜସ୍ବ ବିଭାଗ, ପୂର୍ତ୍ତ ବିଭାଗ, ସ୍ବାସ୍ଥ୍ୟ ସମେତ ପ୍ରାୟ ୭ ବିଭାଗର ୯ଟି ପ୍ରସ୍ତାବ ଆସିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍……