ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ମାସ ୧୭ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିବା ବେଳେ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ହେବ। ପୂର୍ବାହ୍ଣ ସାଢେ ୧୧ଟାରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, ସରକାରୀ ମୁଖ୍ୟ ସଚେତକଙ୍କ ସହିତ ଶାସକ ଦଳର ମନ୍ତ୍ରୀ, ବିଜେଡି ମୁଖ୍ୟ ସଚେତକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ରାଜ୍ୟପାଳଙ୍କ ଅଭିଭାଷଣରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନରେ ୨୯ଟି କାର୍ଯ୍ୟ ଦିବସ ରହିଛି। ଚଳିତ ମାସ ୧୭ରୁ ୨୪ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ବିଧାନସଭା ଅଧିବେଶନ ଚାଲିବ। ମାର୍ଚ୍ଚ ୯ରୁ ଏପ୍ରିଲ ୮ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ ହେବ। ତାହାକୁ ଆଖି ଆଗରେ ରଖି ସୋମବାର ସନ୍ଧ୍ୟା ୫ଟାରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ବିଧାୟକ ଦଳ ବୈଠକ ମଧ୍ୟ ହେବ। ସେହିପରି ଶଙ୍ଖ ଭବନରେ ସୋମବାର ସନ୍ଧ୍ୟା ୫ଟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ହେବ ବୋଲି ଜଣାପଡ଼ିଛି।






More Stories
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..