ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି। ଆରମ୍ଭରୁ ବିଧାନସଭା ସରଗରମ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ତିଆରି କରିଥିବାବେଳେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ଜବାବ ଦେବାକୁ ସମସ୍ତ ଯୋଜନା ପ୍ରସ୍ତୁତ କରିଛନ୍ତି। ବିରୋଧୀଙ୍କ ଶାଣିତ ସ୍ବର ଓ ଶାସକ ଦଳ ବିରୋଧୀଙ୍କୁ ସମ୍ମୁଖୀନ ହେବା ନେଇ ଗୃହ କମ୍ପିବ। ତେବେ ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୭ରୁ ୨୪ ଯାଏ, ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୯ରୁ ଏପ୍ରିଲ ୮ପର୍ଯ୍ୟନ୍ତ ଚାଲିବ। ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନ ରାଜ୍ୟପାଳ ଡ.ହରିବାବୁ କମ୍ଭମପାଟି ଗୃହରେ ଅଭିଭାଷଣ ରଖିବେ। ଫେବୃଆରୀ ୨୦ରେ ଆର୍ଥିକ ବର୍ଷ ୨୦୨୬-୨୭ଲାଗି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ବଜେଟ ଉପସ୍ଥାପନ କରିବେ।






More Stories
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..
ଆଜିଠୁ ସିବିଏସ୍ଇ ଦଶମ ଓ ଦ୍ବାଦଶ ପରୀକ୍ଷା…..