ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ମାର୍ଚ୍ଚ ୧୬ତାରିଖରେ ନିର୍ବାଚନ ହେବ ବୋଲି ଭାରତୀୟ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ୧୦ ରାଜ୍ୟର ୩୭ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏଥିରେ ଓଡ଼ିଶାରୁ ୪ଟି ଆସନ ପାଇଁ ଭୋଟ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ଫେବୃଆରୀ ୨୬ରେ ବିଜ୍ଞପ୍ତି ପ୍ରକାଶ ପାଇବ । ମାର୍ଚ୍ଚ ୫ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଥିବା ବେଳେ ୬ରେ ନାମାଙ୍କନ ଯାଞ୍ଚ ହେବ । ମାର୍ଚ୍ଚ ୧୬ ଅପରାହ୍ନ ୫ଟାରେ ହେବ ଭୋଟ ଗଣତି । ସେହିପରି ମାର୍ଚ୍ଚ ୯ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି । ମାର୍ଚ୍ଚ ୧୬ ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ । ଓଡ଼ିଶାର ୪ଟି ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲରେ ଶେଷ ହେଉଛି । ସାଂସଦ ମମତା ମହନ୍ତ, ସୁଜିତ କୁମାର, ମୁନା ଖାଁ, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେଉଛି ।






More Stories
ଇସ୍ରାଏଲ ଗସ୍ତରେ ଯିବେ ମୋଦି…..
ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ…..
ବଢ଼ିବ ଟୋଲ୍ ଟ୍ୟାକ୍ସ !…..